ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

 ରାୟଗଡ : ତା ୫/୦୨- ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ପରିଷଦ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରୋକ୍ଷୀ ଅଧିକ୍ଷକ,ଶ୍ରୀ ହରିଶ ବି.ସି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ,ଜିଲ୍ଲା ପରିଷଦ, ନିହାର ରଞ୍ଜନ କହଁର, ପ୍ରକଳ୍ପ ପ୍ରଶାସକ,ଉପଜିଲ୍ଲାପାଳ କଲ୍ୟାଣୀ ସଂଘମିତ୍ରା ଦେବୀ,ଆଇଟିଡିଏ ଶ୍ରୀ ଦିଲ୍ଲୀପ କୁମାର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଲାଲମୋହନ ରାଉତରାୟ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

         ଆଜି ମୋଟ ୫୫ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ୧୧ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୪୪ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା ଜିଲ୍ଲାପାଳ ୭ଜଣକୁ ୪୦ହଜାର ମୁଖ୍ୟମନ୍ତ୍ରୀ ସହାୟତା କୋଷରୁ ଏବଂ ଜଣକୁ ୧୦ହଜାର ଟଙ୍କା ରେଡ଼କ୍ରସରୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ l ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା,ରାୟଗଡ,ଜିଲ୍ଲା ମଙ୍ଗଳ ଅଧିକାରୀ,ଭାରତ ଭୂଷଣ ବିଶ୍ୱାଳ,ରାୟଗଡ ତହସିଲଦାର,ପ୍ରିୟଦର୍ଶିନୀ ସ୍ୱାଇଁ, ରାୟଗଡ଼ ,ନିର୍ବାହୀ ଯନ୍ତ୍ରୀ ରାସ୍ତା ଓ ଗୃହ, ଗ୍ରାମ୍ୟ ନିର୍ମାଣ, ମଧ୍ୟମ ଜଳସେଚନ,ଜନ ସ୍ୱାସ୍ଥ୍ୟ ବିଭାଗ, ଗ୍ରାମ୍ୟ ଜଳାଯୋଗାଣ,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୂର୍ଯ୍ୟମଣି ଭୋଇ, ସାମାଜିକ ସୁରକ୍ଷା ଅଧିକାରୀ ସିମାଞ୍ଚଳ ମହାପାତ୍ର, ଜିଲ୍ଲା କୃଷି ଅଧିକାରୀ ମନୋଜ କୁମାର ପ୍ରଧାନ, ଉଦ୍ୟାନ ଉପନିର୍ଦ୍ଧେଶକ ଶ୍ରୀ ରାଉତ, ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଶ୍ରୀ ହାଡିବନ୍ଧୁ ଭୋଇ,ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ,ଶିଳ୍ପ ବିକାଶ ଅଧିକାରୀ ସବ୍ୟସାଚୀ ସାହୁ,ଜିଲ୍ଲା ସ୍ୱଳ୍ପ ସଂଚୟ ଅଧିକାରୀ,ବିଟଟାଲ ଷଡ଼ଙ୍ଗୀ ଓ ଅନ୍ୟାନ୍ୟ ଜିଲ୍ଲା ସ୍ଥରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

 

   

Related posts

ଅସୁସ୍ଥ ସାମ୍ବାଦିକଙ୍କୁ ଭେଟିଲେ କଂଗ୍ରେସ ନେତା

ଚାନ୍ଦିଲି, ପେଣ୍ଟା ଓ କର୍ଲାକଣା ପଞ୍ଚାୟତରେ ବୁଲିଲା ବିକାଶ ବାହନ

masiha

ଗଛପଡ଼ି ଜାତୀୟ ରାଜପଥ ଅବରୋଧ : ଏକାଧିକ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଲା, ୧୦ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଅନ୍ଧାରରେ

Sunil Chandra Nayak

Leave a Comment

error: Content is protected !!