ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସାନ ପୋଡ଼ାଗୁଡା ପଞ୍ଚାୟତରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

ସାନ ପୋଡ଼ାଗୁଡା ପଞ୍ଚାୟତରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ

କୋକସରା,୪/୨ // କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସାନ ପୋଡ଼ାଗୁଡା ପଞ୍ଚାୟତରେ ସରପଞ୍ଚ ଜୟରାମ ନାଗଙ୍କ ଅଧ୍ୟକ୍ଷତାରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ସଭାପତି ମାନସ ରଞ୍ଜନ ବାଗ, ମୁଖ୍ୟ ବକ୍ତା ଭାବେ ଆମପାଣି ଯୋନ ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ଯୋଗାଣ ଅଧିକାରୀ ଜଗାରାମ ମୂର୍ମୁ, ସମିତି ସଭ୍ୟ ରାଜୀବ ଖମାରି, ଗୋତୋମୁଣ୍ଡା ସରପଞ୍ଚ ପଦ୍ମିନୀ ପୁଝାରି ମଞ୍ଚରେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଯୁଗାନ୍ତକାରୀ, ଲୋକାଭିମୁଖୀ ଯୋଜନା ଉପରେ ଜନ ସାଧାରଣଙ୍କୁ ସୁଚିତ କରିଥିଲେ। ସଚେତନତା କାର୍ଯ୍ୟକ୍ରମରେ ବିଭିନ୍ନ ସରକାରୀ ବିଭାଗର ଷ୍ଟଲରେ ଲୋକଙ୍କୁ ରାଜ୍ୟ ସରକାରଙ୍କ ସରକାରୀ ସ୍ତରରେ ରହିଥିବା ଯୋଜନା ବିଷୟରେ ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମ ପରିଶେଷରେ ଲୋଇସିଙ୍ଗା ବଜାସାଲ ସମ୍ବଲପୁରୀ ସାଂସ୍କୃତିକ ଗ୍ରୁପ ଓ ସ୍ଥାନୀୟ କଳାକାରଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ଦର୍ଶକ ମଜା ଉଠାଇଥିଲେ ।କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମହିଳା କର୍ମଚାରୀ, ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା, ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ। ସାନ ପୋଡ଼ାଗୁଡା ପିଇଓ ଦାମୋଦର ବେମାଲ ଓ ପଞ୍ଚାୟତ କର୍ମଚାରୀ ମାନେ ସହଯୋଗ କରିଥିଲେ।

ମସିହା ନିୟୂଜ ସର୍ଭିସ୍

Related posts

ସଂସ୍କାର ଶିଶୁ ମହୋତ୍ସବ “ମୟୂରୀ ” ଥିମ ସଙ୍ଗ ପ୍ରସ୍ତୁତି ଶେଷ ଆସନ୍ତା ୨୬ରେ ଷ୍ଟାଡିୟମ କନଫରେନ୍ସ ହଲ ରେ ହେବ ଓଡିଓ ରିଲିଜ 

Sunil Chandra Nayak

କର୍ମଚାରୀ ଭବିଷ୍ୟନିଧି ସଂଗଠନ ପକ୍ଷରୁ ପେନସନ ପ୍ରଦାନ

masiha

ମାନବିକତା ଦେଖାଇଲେ ଔପଦା ବିଡିଓ

masiha

Leave a Comment

error: Content is protected !!