ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସନ୍ୟାସୀ କୁଣ୍ଡାମାଲ ପଂଚାୟତରେ ଆମ ଓଡ଼ିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ, କୁନିକଳାକାରଙ୍କ ଗହଣରେ ନାଚିଲେ ଜୁନାଗଡ଼ ବିଧାୟକ

 ସନ୍ୟାସୀ କୁଣ୍ଡାମାଲ ପଂଚାୟତରେ ଆମ ଓଡ଼ିଶା ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ, କୁନିକଳାକାରଙ୍କ ଗହଣରେ ନାଚିଲେ ଜୁନାଗଡ଼ ବିଧାୟକ
 ସାଂସ୍କୃତିକ କାର୍ଯ୍ୟକ୍ରମରେ ଝୁମିଲେ ଦର୍ଶକ

ଜୁନାଗଡ଼ ,୧୨/୨(ମ ନି ସ)  ଜୁନାଗଡ଼ ବ୍ଲକ ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ  ଗ୍ରାମ ପଞ୍ଚାୟତ ଆନୁକୂଲ୍ୟରେ ଆମ ଓଡ଼ିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକ କାର୍ଯ୍ୟକାରୀ କରି ତାହାର ସଫଳ ରୂପାୟନ ଲୋକଙ୍କ ପାଖକୁ ପହଞ୍ଚି ପାରିଛି ବିଶେଷ କରି କୁଣ୍ଡାମାଲ ଅଂଚଳ ଆଜି ବିକାଶ ଦିଗକୁ ଅଗ୍ରସର କରୁଛି ବୋଲି ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦାନ କରି ଜନସାଧାରଣଙ୍କୁ ମାର୍ଗଦର୍ଶନ କରିଥିଲେ ।ଏଥିରେ ସ୍ଥାନୀୟ ସରପଞ୍ଚ ରଶ୍ମିତା ନାଏକ ସଭାପତିତ୍ୱ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଜୁନାଗଡ଼ ବ୍ଲକ ଉପ।ଧକ୍ଷ ପ୍ରମୋଦ ବେହେରା ,   ,ସରପଞ୍ଚ ସଂଘ ସଭାପତି ତାରା ଶଙ୍କର ରାୟଗୁରୁ  ,   ,ବି ସି ସି ବ୍ୟାଙ୍କ ସଭାପତି ଗିରିଶ ଚନ୍ଦ୍ର ବେହେରା ,ଏ ଇ କରୁଣା କର ମୁର୍ମୁ , କନିଷ୍ଠ ଯନ୍ତ୍ରୀ ସଞ୍ଜୟ ମଳିକ ,ନାଏବ ସରପଞ୍ଚ ଧନଞ୍ଜୟ ନାଏକ ,ପିଇଓ ଆକାଶ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ।ଏହି କାର୍ଯ୍ୟକ୍ରମ ରେ  ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରାରଂବିକ ସଙ୍ଗୀତ ଗାନ କରାଯାଇଥିଲା ।ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଭବାନୀପାଟଣା ବଜାସାଲ ମେଲୋଡି ଦ୍ୱାରା ଝୁମି ଉଠିଥିଲେ ଦର୍ଶକ। ପରେ ପୁରସ୍କାର ବିତରଣ କରଯାଇଥିଲା ।ସାଂସ୍କୃତିକ କାର୍ଯ୍ୟକ୍ରମରେ ସ୍ଥାନୀୟ କୁନି କୁନି କଳାକାରଙ୍କ ସହିତ ରସ ଜାମୁଡାଳି ଗୀତରେ  ଓ ନାଚରେ ଜୁନାଗଡ଼ ବିଧାୟକ ଠୁମକା ମାରି ନାଚି ସମସ୍ତଙ୍କ ମନକୁ ପ୍ରବଳ ଉତ୍ସାହ ଭରିଦେଇ ଥିଲେ। । ।ଏହି କାର୍ଯ୍ୟକ୍ରମ ରେ ଅଞ୍ଚଳର ଶିକ୍ଷାବିତ ,ସମାଜସେବୀ , କୃଷକଙ୍କୁ ମାନ ପତ୍ର ଓ ଉପ ଢ଼ୋକନ ଦେଇ ସମ୍ମାନିତ କରାଯାଇଥିଲା ।ଏହି କାର୍ଯ୍ୟକ୍ରମ ରେ ଯୋଗାଣ ସହାୟକ ଆଶିଷ ରଞ୍ଜନ ରାଉତ, ଜିଆରଏସ କୁସୁମ ମଞ୍ଜରୀ ମେହେର, ସମିତି ସଭ୍ୟ କ୍ରିଷ୍ଣା ରାଉତ ଓ ମିଶନସକ୍ତିର ,,ଗାଁ ସାଥି ଓ ସମାଜସେବୀ , , ପଞ୍ଚାୟତ କର୍ମଚାରୀ ବୃନ୍ଦ ଓ ଗ୍ରାମବାସୀମାନେ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ ।, ସେହିପରି ପିଇଓ ଆକାଶ କୁମାର ସାହୁ ଧନ୍ୟବାଦ ଦେଇଥିଲେ।

ଜୁନାଗଡ଼ ରୁ ନରେନ୍ଦ୍ର ଖିତି ଙ୍କ ରିପୋର୍ଟ୍ 

Related posts

ଷ୍ଟେଟ ବ୍ୟାଙ୍କ ଯୋରନ୍ଦା ଶାଖା ପରିଚାଳକଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା

ଆଶ୍ରମର ୧୪ଜଣ ଛାତ୍ର ବିଦ୍ୟାଳୟ ହଷ୍ଟେଲ ଛାଡି ଜିଲାପାଳଙ୍କ ଦ୍ଵାରସ୍ଥ 

masiha

ନିଟ ପରୀକ୍ଷା ରେ ଖାତିଗୁଡା ର ଅନନ୍ତ ସଫଳତା ପାଇଛନ୍ତି 

Sunil Chandra Nayak

Leave a Comment

error: Content is protected !!