ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଜିଲ୍ଲା ଆଇନସେବା ପ୍ରାଧିକରଣ ରାୟଗଡା ଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଅଦ୍ୟ ତା-୨୩.୦୨.୨୦୨୪ ରିଖ ଶୁକ୍ରୁବାର ଦିନ ଅପରାହ୍ନ ଘ.୪.୦୦ ମି. ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ରାୟଗଡା ପକ୍ଷରୁ ସ୍ଥାନୀୟ କୋତାପେଟା ପଞ୍ଚାୟତ ପରିସରରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି I ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଡକ ସୁରକ୍ଷା, ମୋଟରଯାନ ଆଇନ୍ (Motor Vehicle Act), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ ସକାଶେ ଗଠିତ ଟ୍ରିବ୍ୟୁନାଲ, ସ୍ଥାୟୀ ଓ ନିରନ୍ତନ ଲୋକ ଅଦାଲତ ର କାର୍ଯ୍ୟକ୍ରମ ଓ ପ୍ରବାସୀ ଶ୍ରମିକ ମାନଙ୍କର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା ହୋଇଥିଲା I ଅନ୍ୟମାନଙ୍କ ମଧ୍ୟରେ ରାୟଗଡା ଜିଲ୍ଲାର ଅତିରିକ୍ତ ଶ୍ରମ ଅଧିକାରୀ ଗୋପାଲ କ୍ରୀଷ୍ନା ମଙ୍ଗରାଜ, ରାୟଗଡା ଜିଲ୍ଲାର ପରିବହନ ଅଧିକାରୀ ଶିବ ଶଙ୍କର ଚୋଧୁରୀ୍, ରାୟଗଡା ବାର ଅସୋସିଏସନ ର ଆଇନଜୀବି ରାମ ପ୍ରସାଦ ପାତ୍ର, ସୀତାରାମ ପଣ୍ଡା, ଜିଲ୍ଳା ଆଇନ ସେବା ପ୍ରାଧିକରଣର ପ୍ରଣ୍ଟ ଅଫିସ ରିଟେନର କିଶୋର ସାହୁ, କୋତାପେଟା ପଞ୍ଛାୟତର ସରପଞ୍ଚ, ପି.ଇ.ଓ, ଜି.ଆର.ଏସ୍ ପ୍ରମୁଖ ଏହି କାର୍ଯକ୍ରମରେ ଉପସ୍ଥିତ ଥିଲେ I କାର୍ଯ୍ୟକ୍ରମରେ ଉପସ୍ଥିତ ଅତିଥି ମାନେ ସଡକ ସୁରକ୍ଷା, ମୋଟରଯାନ ଆଇନ୍ (Motor Vehicle Act) କୁ ନେଇ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିବା ସଙ୍ଗେସଙ୍ଗେ କ୍ଷତିଗ୍ରସ୍ତଙ୍କ ନିକଟରେ ମଟର ଦୁଘଟଣା ଜନିତ କ୍ଷତିପୂରଣ, ରାଶି ଯଥା ସମୟରେ ପହଁଞ୍ଚାଇବା ପାଇଁ ମାନ୍ୟବର ହାଇକୋର୍ଟ ଯେଉଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ସେ ସଂପର୍କରେ ଆଲୋଚନା କରିଥିଲେ I ପରିଶେଷରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ଶ୍ରୀମତି ନିବେଦିତା ପଣ୍ଡା ନିଜର ବକ୍ତବ୍ୟରେ ସ୍ଥାୟୀ ଓ ନିରନ୍ତନ ଲୋକ ଅଦାଲତ ର କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ I ର୍ସର୍ବୋପରି ଏହି କାର୍ଯ୍ୟକ୍ରମରେ କୋତାପେଟା ଗ୍ରାମର ଗ୍ରାମବାସୀ ମାନଙ୍କର ଉପସ୍ଥିତି ଏବଂ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ପଣ୍ଡା ଙ୍କର ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟକ୍ରମଟି ସଫଳତାର ସହିତ ଶେଷ ହୋଇଛି I

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ରଘୁନାଥଜୀଉ ଉଚ୍ଚ ବିଦ୍ୟାଳୟ ର ବାର୍ଷିକ କ୍ରୀଡା ଉଦଘାଟିତ 

Sunil Chandra Nayak

୯୦ ତମ ମହାଶିବରାତ୍ରି ଜୟନ୍ତୀ ବଡ ଧୁମ୍ ଧାମରେ ପାଳିତ

Sunil Chandra Nayak

ଲକ୍ଷ୍ମୀ ବିକାଶ ଗ୍ରୁପ ସଦସ୍ୟଙ୍କୁ ଏଜୁକେଶନ ୱାଲଡ ସମ୍ମାନ

Sunil Chandra Nayak

Leave a Comment

error: Content is protected !!