ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ବଣ୍ଟନ

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ବଣ୍ଟନ 

ଡାବୁଗାଁ, ୬/୩ (ମ.ନି.ସ.)- – ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମାସ୍ଥିତ ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ବିଡିଓ ଶରତ ମାଝି ଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ବ୍ଲକ ଅଧୀନ ୧୨ ଟି ପଞ୍ଚାୟତରୁ ୧୯୯ ଜଣ ହିତାଧିକାରୀ ଆବେଦନ କରିଥିବା ବେଳେ ୧୫୨ ଜଣ ଯୋଗ୍ୟ ବିବେଚିତ ହୋଇଥିଲେ | ସେଥିରୁ ୧୨୫ ଜଣ ହିତାଧିକାରୀ ଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡ ଅତିଥି ମାନଙ୍କ ଦ୍ଵାରା ବଣ୍ଟନ କରଯାଇଥିଲା | ଏଥିରେ ମୁଖ୍ୟ ଅତିଥି ଭାବ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଜିଲା ପରିଷଦ ସଭ୍ୟ ଧନସିଂ ଭତରା ଓ ଗୁପ୍ତ ବିଶୋୟୀ, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ସାଂସଦ ପ୍ରତିନିଧି ଏମ୍. ଆପ୍ପା ରାଓ, ବିଧାୟକ ପ୍ରତିନିଧି ଏମ୍. ବୁଲୁ ରାଓ, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଚିକିତ୍ସାଧିକାରୀ ଡା. ସୁଭାଶିଷ ସାହୁ, ଏବିଡିଓ ପଦ୍ମନାଭ ତ୍ରିପାଠୀ, ଜନସ୍ୱାସ୍ଥ୍ୟ ସଂମ୍ପ୍ରସାରଣ ଅଧିକାରୀ ପୁଷ୍ପାଞ୍ଜଳି ସାମଲ, ବିପିଏମ ପୀତବାସ ଗାହଣ, ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଜୁନାପାଣି ସରପଞ୍ଚ ଦୟାନିଧି ଭତରା, ପଞ୍ଚାୟତ ନିର୍ବାହୀ ଅଧିକାରୀ ଏ.ଡି ପ୍ରସାଦ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ସବୁ ଜିଲ୍ଲାରେ ବିକଶିତ ଗାଁ, ବିକଶିତ ଓଡ଼ିଶା । ଆଭାସୀ ଜରିଆରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

masiha

କୋକସରା ଗୁଡହାଣ୍ଡି ମହୋତ୍ସବ ଉଦଯାପିତ

Sunil Chandra Nayak

ପୁଲିଙ୍ଗପଦର ଗ୍ରାମ ଠାରେ ଥୁଆମୁଳ ରାମପୁର ତାଲୁକ ଆଇନ ପ୍ରାଧିକରଣ ସମିତି ପକ୍ଷରୁ “ନାଳସା” ବିଷୟରେ ଏକ ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

Leave a Comment

error: Content is protected !!