ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କାର୍ଯ୍ୟରେ ଯୋଗଦେଲେ ନୂତନ ତହସିଲଦାର

କାର୍ଯ୍ୟରେ ଯୋଗଦେଲେ ନୂତନ ତହସିଲଦାର

 ବାଲେଶ୍ଵର,୦୭/୩/୨୪- ବାଲେଶ୍ଵର ଜିଲ୍ଲା ଖଇରା ତହସିଲରେ ନୂତନ ତହସିଲଦାର ଭାବେ ସବ୍ୟସାଚୀ ଜେନା (ଓଡ଼ିଶା ପ୍ରଶାସନିକ ସେବା) ତା ୦୭/୩/୨୪ ରିଖ ଗୁରୁବାର କାର୍ଯ୍ୟରେ ଯୋଗ ଦେଇଛନ୍ତି । ଏହା ପୂର୍ବରୁ ସେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ତହସିଲରେ ତହସିଲଦାର ଭାବରେ କାର୍ଯ୍ୟରତ ଥିଲେ । ଆଜି ପ୍ରଥମେ ବାଲେଶ୍ଵର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯୋଗଦାନ କରିବା ପରେ ଖଇରା ତହସିଲ କାର୍ଯ୍ୟାଳୟରେ ଯୋଗ ଦେଇଛନ୍ତି । ଅପରାହ୍ନରେ ସିମୁଳିଆ ଠାରେ ଜରୁରୀ ନିର୍ବାଚନ ବୈଠକ ପାଇଁ ଅତିରିକ୍ତ ଜିଲ୍ଲାପାଳ ଡାକିଥିବାରୁ ସିମୁଳିଆ ଯାଇଥିଲେ । ଏଠାରେ ସୂଚନାଯୋଗ୍ୟ କି ଖଇରା ତହସିଲଦାର ପ୍ରଶାନ୍ତ କୁମାର ମହାରଣାଙ୍କର ସୋନପୁର ଜିଲ୍ଲା ଉଲଣ୍ଡା ତହସିଲକୁ ବଦଳି ହେବାପରେ ଅତିରିକ୍ତ ତହସିଲଦାର ସନ୍ଦୀପ ଶୁଭଦର୍ଶୀନ ଧଳ ତହସିଲଦାର ଦାୟିତ୍ୱରେ ଥିଲେ । ତହସିଲ କାର୍ଯ୍ୟାଳୟ ତରଫରୁ ନୂତନ ତହସିଲଦାର ଶ୍ରୀ ଜେନାଙ୍କୁ ସ୍ବାଗତ ଜଣାଯାଇଥିଲା । କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ମାନଙ୍କୁ ନେଇ କିପରି ଜନସାଧାରଣଙ୍କୁ ଉତ୍ତମ ସେବା ପ୍ରଦାନ କରାଯାଇ ପାରିବ ସେଥିପ୍ରତି ଦୃଷ୍ଟି ଦେବେ ବୋଲି ତହସିଲଦାର ଶ୍ରୀ ଜେନା ପ୍ରକାଶ କରିଛନ୍ତି ।।

ବାଲେଶ୍ଵରରୁ ନରେନ୍ଦ୍ର ପ୍ରସାଦ ବେହେରାଙ୍କ ରିପୋର୍ଟ

Related posts

ଡାବୁଗାଁ ସରକାରୀ (ଏସ୍ ଏସ୍ ଡି )ବାଳିକା ଉଚ୍ଚ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ପାଳିତ

masiha

ଶିଖା ଟ୍ରଷ୍ଟ ପକ୍ଷରୁ ହରିଜନ ଓ ଆଦିବାସୀ ଛାତ୍ର ଛାତ୍ରୀ ମାନଙ୍କୁ ନିଶୁଳ୍କ ଶିକ୍ଷାଦାନ କାର୍ଯ୍ୟକ୍ରମ ଆରମ୍ଭ

Sunil Chandra Nayak

ରାଇରଙ୍ଗପୁର ଉଚ୍ଚ ବାଳିକା ବିଦ୍ୟାଳୟ ପରିସରରେ ଉପଖଣ୍ଡ ସ୍ତରୀୟ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ ଶିକ୍ଷୟତ୍ରୀଙ୍କୁ ନେଇ ସମୀକ୍ଷା ବୈଠକ ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରଷ୍କାରପ୍ରାପ୍ତଙ୍କୁ ସମ୍ବର୍ଦ୍ଧନା

Sunil Chandra Nayak

Leave a Comment

error: Content is protected !!