ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କେନ୍ଦ୍ରାପଡ଼ା ରେ ସେକ୍ଟର୍ ଅଧିକାରୀଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା ରେ ସେକ୍ଟର୍ ଅଧିକାରୀଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

କେନ୍ଦ୍ରାପଡ଼ା, : ୨୦୨୪ ସାଧାରଣ ନିର୍ବାଚନ ପାଇଁ ପାଟକୁରା, କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେକ୍ଟର ଅଧିକାରୀମାନଙ୍କର ଦ୍ୱିତୀୟ ରାଉଣ୍ଡ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ ଯୋଗ ଦେଇ କହିଥିଲେ “ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣଭାବେ ପରିଚାଳନା କରିବାକୁ ହେଲେ ସମସ୍ତଙ୍କ ସହଯୋଗ ଏବଂ ପ୍ରଶିକ୍ଷଣ ଅତ୍ୟନ୍ତ ଜରୁରୀ । ଭାରତୀୟ ନିର୍ବାଚନ ଆୟୋଗଙ୍କ ନୀତିନିୟମ ହିଁ ଆମ ପାଇଁ ମାର୍ଗ ଦର୍ଶକ । ସେଇ ଅନୁସାରେ ନିର୍ବାଚନ ପରିଚାଳନା କରିବାକୁ ସେ ସେକ୍ଟର ଅଧିକାରୀମାନଙ୍କୁ ଆହ୍ୱାନ ଜଣାଇଥିଲେ ।” ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ପୀତାମ୍ବର ସାମଲ, ଉପ-ଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପ-ଜିଲ୍ଲାପାଳ ଅଶୋକ କୁମାର ଦାସ, ଡେପୁଟି କଲେକ୍ଟର (ନିର୍ବାଚନ) ଶ୍ରୀ  ଚନ୍ଦ୍ର ପଣ୍ଡା ପ୍ରମୂଖ ଯୋଗ ଦେଇ ପାଟକୁରା, କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେକ୍ଟର ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।

କେନ୍ଦ୍ରାପଡ଼ା ରୁ ଜିଲ୍ଲା ପ୍ରତି ନିଧି ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ମସିହା ନିୟୁଜ!!

Related posts

ନାନ୍ଦକନା ପ୍ରାଥମିକ ବିଦ୍ୟାଳୟରେ ଵାର୍ଷିକ ଉତ୍ସବ

masiha

ଝାପାଖଲ ସେବାଆଶ୍ରମ ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ଭର୍ଦ୍ଧନା

masiha

ଓଡ଼ିଆ ପକ୍ଷ ପାଳନ ଅବସରରେ ରକ୍ତ ଦାନ ଶିବିର 

Sunil Chandra Nayak

Leave a Comment

error: Content is protected !!