କେନ୍ଦ୍ରାପଡ଼ା ରେ ସେକ୍ଟର୍ ଅଧିକାରୀଙ୍କ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ
କେନ୍ଦ୍ରାପଡ଼ା, : ୨୦୨୪ ସାଧାରଣ ନିର୍ବାଚନ ପାଇଁ ପାଟକୁରା, କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେକ୍ଟର ଅଧିକାରୀମାନଙ୍କର ଦ୍ୱିତୀୟ ରାଉଣ୍ଡ ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶ ଯୋଗ ଦେଇ କହିଥିଲେ “ନିର୍ବାଚନକୁ ମୁକ୍ତ, ଅବାଧ, ନିରପେକ୍ଷ ଓ ଶାନ୍ତିପୂର୍ଣ୍ଣଭାବେ ପରିଚାଳନା କରିବାକୁ ହେଲେ ସମସ୍ତଙ୍କ ସହଯୋଗ ଏବଂ ପ୍ରଶିକ୍ଷଣ ଅତ୍ୟନ୍ତ ଜରୁରୀ । ଭାରତୀୟ ନିର୍ବାଚନ ଆୟୋଗଙ୍କ ନୀତିନିୟମ ହିଁ ଆମ ପାଇଁ ମାର୍ଗ ଦର୍ଶକ । ସେଇ ଅନୁସାରେ ନିର୍ବାଚନ ପରିଚାଳନା କରିବାକୁ ସେ ସେକ୍ଟର ଅଧିକାରୀମାନଙ୍କୁ ଆହ୍ୱାନ ଜଣାଇଥିଲେ ।” ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ପୀତାମ୍ବର ସାମଲ, ଉପ-ଜିଲ୍ଲାପାଳ ଶ୍ରୀ ରବିନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପ-ଜିଲ୍ଲାପାଳ ଅଶୋକ କୁମାର ଦାସ, ଡେପୁଟି କଲେକ୍ଟର (ନିର୍ବାଚନ) ଶ୍ରୀ ଚନ୍ଦ୍ର ପଣ୍ଡା ପ୍ରମୂଖ ଯୋଗ ଦେଇ ପାଟକୁରା, କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସେକ୍ଟର ଅଧିକାରୀମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।