ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

ଜିଲ୍ଲାପାଳ,ରାୟଗଡ଼ଙ୍କ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ 

 ରାୟଗଡ/୧୧-୦୩-୨୦୨୪ : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ କାଶୀପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଆରୋକ୍ଷୀ ଅଧିକ୍ଷକ ହରିଶ ବି. ସି,ନିର୍ବାହୀ ଅଧିକାରୀ ତଥା ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ, ଶ୍ରୀ ନିହାର ରଞ୍ଜନ କହଁର,ବ୍ଲକ ଅଧ୍ୟକ୍ଷ କଣ୍ଠ ମାଝୀ,ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ଶ୍ରୀ ଦିଲ୍ଲୀପ କୁମାର ବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲାଲ ମୋହନ ରାଉତରାୟ ପ୍ରମୁଖ ଯୋଗଦାନ କରି ଶୁଣାଣି କରିଥିଲେ l

 ଆଜି ମୋଟ ୬୧ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୪୮ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୧ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ୨ଜଣକୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୪୦ହଜାର ଟଙ୍କା ଜିଲ୍ଲାପାଳ ପ୍ରଦାନ କରିଛନ୍ତି l ଜିଲ୍ଲାପାଳ ତନୋଟି ଅଭିଯୋଗ ତତକ୍ଷଣତ ଫଇସଲା କରିଛନ୍ତି l ଏହାପରେ ଜିଲ୍ଲାପାଳ ଶ୍ରୀ ମହାଜନ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଅନୁଧ୍ୟାନ କରିଥିଲେ l     

 ଏହି ଅଭିଯୋଗ ଶିବିରରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ବିଶ୍ୱାଳଙ୍କ ସମେତ କାଶୀପୁର ବିଡ଼ିଓ ମନୀଷା ଦାଶ,ତହସିଲଦାର ଏବଂ ଅନ୍ୟ ବିଭାଗୀୟ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ | ସେହିପରି ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସିମାଞ୍ଚଳ ମହାପାତ୍ର ଓ଼ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ରାୟଗଡ଼ା ରୁ ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

 

  

Related posts

କୃଷକ ଆନ୍ଦୋଳନ ର କ୍ରାନ୍ତିକାରୀ ନେତା ଚାରୁମଜୁମ ଦାର କଂ 51 ତମ ଶ୍ରଦ୍ଧାଞ୍ଜଳି ଦିବସ 

Sunil Chandra Nayak

ରାଇରଙ୍ଗପୁର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଦିଵ୍ଯାଙ୍ଗ ଛାତ୍ରଛାତ୍ରୀମାନଙ୍କ ପାଇଁ ସହାୟକ ଉପକରଣ ଆକଳନ ଶିବିର

Sunil Chandra Nayak

ରାଜନଗର ବ୍ଲକ ସ୍କୁଲର ମଧ୍ୟାହ୍ନ ଭୋଜନ କେଳେଙ୍କାରୀରେ ବିଇଓଙ୍କ ସମ୍ପୃକ୍ତି, ରାତାରାତି ପୋର୍ଟାଲରେ ଵଦଳିଲା ରିପୋର୍ଟ, ଡିଜିଟାଲ ସମୟରେ ବି ଜନ ସାଧାରଣ ଙ୍କୁ ଠକୁଛନ୍ତି ସ୍କୁଲ ବିଇଓ

masiha

Leave a Comment

error: Content is protected !!