ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସରକାରୀ ରାଖାସାହି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଇକୋ କ୍ଳବ୍ ର ବାର୍ଷିକୋତ୍ସବ

ସରକାରୀ ରାଖାସାହି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଇକୋ କ୍ଳବ୍ ର ବାର୍ଷିକୋତ୍ସବ

 ମୟୂରଭଞ୍ଜ- ୯/୦୪ ( ମସିହା)ରାଇରଙ୍ଗପୁର ଗୋଷ୍ଠୀ କାର୍ଯ୍ୟାଳୟ ଅଧିନସ୍ଥ ସାନପାଖଣା ପଞ୍ଚାୟତୟ ରାଖାସାହି ସରକାରୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଇକୋ କ୍ଳବ୍ ବାର୍ଷିକୋତ୍ସବ ଭାରାପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ଅବନ୍ତୀ ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ।ଇକୋ କ୍ଲବ ଉପରେ ପ୍ରଧାନ ଶିକ୍ଷୟତ୍ରୀ ଛାତ୍ରଛାତ୍ରୀମାନଙ୍କୁ ସାରଗର୍ଭକ ଭାଷଣ ଦେଇଥିଲେ । ପରିବେଶ ସୁରକ୍ଷା,ବୃକ୍ଷରୋପଣ, ଜଙ୍ଗଲ ସୁରକ୍ଷା, ଜୀବଜନ୍ତୁ ସୁରକ୍ଷା ଉପରେ ଆଲୋକପାତ କରିଥିଲେ । ସାଂପ୍ରତିକ ପରିସ୍ଥିତିରେ ଜଳବାୟୁ ପରିବର୍ତ୍ତନ ନେଇ ସାରା ବିଶ୍ବ ଓ ପରିବେଶବିତମାନେ ଚିନ୍ତିତ ବୋଲି କହିଥିଲେ । ଛାତ୍ରଛାତ୍ରୀ ମାନେ ପରିବେଶକୁ ଗୁରୁତ୍ଵ ଦେବା ସହ ସମସ୍ତେ ବୃକ୍ଷରୋପଣ ଓ ସୁରକ୍ଷା ଉପରେ ଧ୍ୟାନ ଦେବା ପାଇଁ ପରାମର୍ଶ ଦେଇଥିଲେ ।ପରେ ଇକୋ କ୍ଲବ ତରଫରୁ (ଆମ ବିଦ୍ୟାଳୟ ଆମ ପରିବେଶ )କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।ଅତିଥିଗଣ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ । ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ , କର୍ମଚାରୀ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ଙ୍କ ରିପୋର୍ଟ୍ 

Related posts

କୁଲିହlରୀ ଉଚ୍ଚ ବିଦ୍ୟାଳୟ ରେ ବିଶ୍ୱ ପରିବେଶ ଦିବସ ପାଳିତ

masiha

ଗଣତନ୍ତ୍ର ଦିବସ ପାଳିତ 

masiha

ଧର୍ତି ଆବା ଜନଜାତି ଗ୍ରାମ ଉତ୍କର୍ଷ ଅଭିଯାନ ଅନ୍ତର୍ଗତ ରାଜ୍ୟ ପ୍ରକ୍ରିୟା ପ୍ରୟୋଗଶାଳା ର ଶୁଭାରମ୍ଭ

Sunil Chandra Nayak

Leave a Comment

error: Content is protected !!