ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ବଡଓଲମାରେ କଂଗ୍ରେସ ବିଧାୟକ ପାର୍ଥୀଙ୍କ କର୍ମୀ ସମ୍ମିଳନୀ 

ବଡଓଲମାରେ କଂଗ୍ରେସ ବିଧାୟକ ପାର୍ଥୀଙ୍କ କର୍ମୀ ସମ୍ମିଳନୀ 

ଡାବୁଗାଁ, ୧୨/୪ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକର ବଡଓଲମା ପଞ୍ଚୟତ ଅଧୀନ ଡାବ୍ରିଗୁଡା ଗ୍ରାମରେ ଡାବୁଗାଁ ବ୍ଲକ କଂଗ୍ରେସ ସଭାପତି ଜି. ସାଇ ରାଜୁ ଙ୍କ ସଭାପତିତ୍ଵରେ କର୍ମୀ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଡାବୁଗାଁ ବିଧାନସଭା ଆସନ ବିଧାୟକ ପାର୍ଥୀ ଲିପିକା ମାଝି ଯୋଗ ଦେଇ ଉଦବୋଧନ ଦେଇ କର୍ମୀ ମାନଙ୍କୁ ବିଧାୟକ ଭାବେ ତାଙ୍କୁ ଓ ସାଂସଦ ପାର୍ଥୀ ତାଙ୍କ ବାପା ଭୁଜବଳ ମାଝି ଭୋଟ ଦେବା ପାଇଁ ଅନୁରୋଧ କରିଥିଲେ | ଏହି ସଭାରେ ବଡଓଲମା ପଞ୍ଚାୟତର ୫୦ ଜଣ ବିଭିନ୍ନ ଦଳ ଛାଡି କଂଗ୍ରେସ ଦଳରେ ସାମିଲ ହୋଇଥିଲେ | ଏହି ସମ୍ମିଳନୀରେ ବ୍ଲକ କଂଗ୍ରେସ ଉପସଭାପତି ଧର୍ମାନନ୍ଦ ନାୟକ ଓ କୃଶ ପନକା, ଜୋନ-୧ ସଭାପତି ପ୍ରକାଶ ଚନ୍ଦ୍ର ପଣ୍ଡା, ଜୋନ-୨ ସଭାପତି ବଂଶୀଧର ମାଝି, ବ୍ଲକ ଯୁବ କଂଗ୍ରେସ ସଭାପତି ଶଶୀଧର ମାଝି, ଘାସିରାମ ବିଶୋଇ, ଭାଗୀରଥୀ ବିଶୋଇ, କମୁଳୁ ଭତ୍ରା, ତିରୁପତି ବିଶୋଇ ଓ ବହୁ କଂଗ୍ରେସ କର୍ମୀ ମାନେ ଉପସ୍ଥିତ ଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

masiha

ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ବିୟୋଗରେ ଝରିଗାଁ ରେ ଶୋକସଭା ଅନୁଷ୍ଠିତ

Sunil Chandra Nayak

ବିଜେପି ରେ ମିଶିଲେ କଳାହାଣ୍ଡି ଜିଲ୍ଳା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓ

Sunil Chandra Nayak

Leave a Comment

error: Content is protected !!