ବଡଓଲମାରେ କଂଗ୍ରେସ ବିଧାୟକ ପାର୍ଥୀଙ୍କ କର୍ମୀ ସମ୍ମିଳନୀ
ଡାବୁଗାଁ, ୧୨/୪ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକର ବଡଓଲମା ପଞ୍ଚୟତ ଅଧୀନ ଡାବ୍ରିଗୁଡା ଗ୍ରାମରେ ଡାବୁଗାଁ ବ୍ଲକ କଂଗ୍ରେସ ସଭାପତି ଜି. ସାଇ ରାଜୁ ଙ୍କ ସଭାପତିତ୍ଵରେ କର୍ମୀ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଡାବୁଗାଁ ବିଧାନସଭା ଆସନ ବିଧାୟକ ପାର୍ଥୀ ଲିପିକା ମାଝି ଯୋଗ ଦେଇ ଉଦବୋଧନ ଦେଇ କର୍ମୀ ମାନଙ୍କୁ ବିଧାୟକ ଭାବେ ତାଙ୍କୁ ଓ ସାଂସଦ ପାର୍ଥୀ ତାଙ୍କ ବାପା ଭୁଜବଳ ମାଝି ଭୋଟ ଦେବା ପାଇଁ ଅନୁରୋଧ କରିଥିଲେ | ଏହି ସଭାରେ ବଡଓଲମା ପଞ୍ଚାୟତର ୫୦ ଜଣ ବିଭିନ୍ନ ଦଳ ଛାଡି କଂଗ୍ରେସ ଦଳରେ ସାମିଲ ହୋଇଥିଲେ | ଏହି ସମ୍ମିଳନୀରେ ବ୍ଲକ କଂଗ୍ରେସ ଉପସଭାପତି ଧର୍ମାନନ୍ଦ ନାୟକ ଓ କୃଶ ପନକା, ଜୋନ-୧ ସଭାପତି ପ୍ରକାଶ ଚନ୍ଦ୍ର ପଣ୍ଡା, ଜୋନ-୨ ସଭାପତି ବଂଶୀଧର ମାଝି, ବ୍ଲକ ଯୁବ କଂଗ୍ରେସ ସଭାପତି ଶଶୀଧର ମାଝି, ଘାସିରାମ ବିଶୋଇ, ଭାଗୀରଥୀ ବିଶୋଇ, କମୁଳୁ ଭତ୍ରା, ତିରୁପତି ବିଶୋଇ ଓ ବହୁ କଂଗ୍ରେସ କର୍ମୀ ମାନେ ଉପସ୍ଥିତ ଥିଲେ |