ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅବକାରୀ ଚଢାଉ ୧ ଗିରଫ 

ଅବକାରୀ ଚଢାଉ ୧ ଗିରଫ 

ଡାବୁଗାଁ, ୨୦/୪ (ମ.ନି.ସ.)- ନବରଙ୍ଗପୁର ଜିଲାର ଜିଲାପାଳ ଡ. କମଳ ଲୋଚନ ମିଶ୍ର ଓ ଜିଲା ଅବକାରୀ ଅଧିକ୍ଷକ ଅଭିରାମ ବେହେରା ଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ତରଫରୁ ଡାବୁଗାଁ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ଶନିବାର ଚଢାଉ କରାଯାଇଥିଲା | ମେଦନା ଗ୍ରାମର ହୀରେନ୍ଦ୍ର ଗୌଡ ଙ୍କ ଘରେ ଚଢାଉ କରି ୧୨ ଲିଟର ବିୟର ଜବତ କରଯାଇଥିଲା | ଏଥିରେ ସମ୍ପୃକ୍ତ ମେଦନା ଗ୍ରାମର ହୀରେନ୍ଦ୍ର ଗୌଡ (୨୪) କୁ ଗିରଫ କରାଯାଇଛି | ଏହି ଚଢାଉରେ ଅବକାରୀ ନିରିକ୍ଷକ ରଞ୍ଜୁଲତା ବାରିକ ଙ୍କ ତତ୍ଵାବଧାନ ରେ ଡାବୁଗାଁ ଅବକାରୀ ଇଉପିଏ ନିରିକ୍ଷକ ବୁଲୁ ପାତ୍ର, ସହ ଉପନିରିକ୍ଷକ ସୁରେନ୍ଦ୍ର କୁମାର ପଣ୍ଡା, କର୍ମଚାରୀ ସୁରେଖା ଭତ୍ରା, ନାରାୟଣ ମୁଦୁଲି ଓ ଶ୍ରୀକାନ୍ତ ବିଶୋୟୀ ପ୍ରମୁଖ ସାମିଲ ଥିଲେ | ଏନେଇ ଡାବୁଗାଁ ଅବକାରୀ କାର୍ଯ୍ୟ|ଳୟ କେସ ନଂ ୧୨/୨୦୨୪-୨୫ ରେ ଏକ ମାମଲା ରୁଜୁ କରାଯାଇଛ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଅବକାରୀ ଚଢ଼ାଉ, 40 କୁଇଣ୍ଟାଲ ମହୁଲ ଗାଡି ସହ ଜଣେ ଗିରଫ

Sunil Chandra Nayak

ବାଦାମପାହାଡରେ ବହୁ ଚର୍ଚ୍ଚିତ ଶିଶୁ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

Sunil Chandra Nayak

ହାତୀଦାନ୍ତ ମାଫିଆକୁ ଧରିବାକୁ ଯାଇ ଦୁର୍ଵୁତଙ୍କ ଛ ରାଉଣ୍ଡ ଗୁଳି ଆକ୍ରମଣରେ ବର୍ତ୍ତିଲେ ବନ କର୍ମଚାରୀ

masiha

Leave a Comment

error: Content is protected !!