ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଅବକାରୀ ଚଢାଉ ୧ ଗିରଫ

ଅବକାରୀ ଚଢାଉ ୧ ଗିରଫ

ଡାବୁଗାଁ, ୨୬/୪ (ମ.ନି.ସ.)- ନବରଙ୍ଗପୁର ଜିଲାର ଜିଲାପାଳ ଡ. କମଳ ଲୋଚନ ମିଶ୍ର ଓ ଜିଲା ଅବକାରୀ ଅଧିକ୍ଷକ ଅଭିରାମ ବେହେରା ଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ବିଭାଗ ତରଫରୁ ଡାବୁଗାଁ ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ଶୁକ୍ରବାର ପେଟ୍ରୋଲିଂ କରି ଚଢାଉ କରାଯାଇଥିଲା | ଏହି ପେଟ୍ରୋଲିଂ ସମୟରେ ଚିଚିବାଇ ଗ୍ରାମ ରାସ୍ତାରେ ଏକ ମୋଟର ସାଇକେଲ ନଂ ଓଡି ୨୪ ଏ ୪୧୯୮ ଯୋଗେ ଯାଉଥିବା ବେଳେ ଅବକାରୀ କର୍ମଚାରୀ ମାନେ ଉକ୍ତ ମୋଟର ସାଇକେଲ କୁ ଅଟକାଇ ଯାଞ୍ଚ କରିଥିଲେ | ଯାଞ୍ଚ କରିବାରୁ ଉକ୍ତ ମୋଟର ସାଇକେଲ ରେ ଏକ ୩ଟି ପ୍ଲାଷ୍ଟିକ ଡବାରେ ୪୦ ଲିଟର ସଲଫି ରସ ଜବତ କରଯାଇଥିଲା | ଏହା ସହ ମୋଟର ସାଇକେଲ ଆରୋହି ବନ୍ଧକଣା ଗ୍ରାମର ସନାଦୁ ଗୌଡ (୩୫) କୁ ଗିରଫ କରାଯାଇଛି | ଏହି ଚଢାଉରେ ଅବକାରୀ ନିରିକ୍ଷକ ରଞ୍ଜୁଲତା ବାରିକ ଙ୍କ ତତ୍ଵାବଧାନ ରେ ଡାବୁଗାଁ ଅବକାରୀ ଉପନିରିକ୍ଷକ ବୁଲୁ ପାତ୍ର, ସହ ଉପନିରିକ୍ଷକ ସୁରେନ୍ଦ୍ର କୁମାର ପଣ୍ଡା, କର୍ମଚାରୀ ସୁରେଖା ଭତ୍ରା, ନାରାୟଣ ମୁଦୁଲି ଓ ଶ୍ରୀକାନ୍ତ ବିଶୋୟୀ ପ୍ରମୁଖ ସାମିଲ ଥିଲେ | ଏନେଇ ଡାବୁଗାଁ ଅବକାରୀ କାର୍ଯ୍ୟ|ଳୟ କେସ ନଂ ୧୮/୨୦୨୪-୨୫ ରେ ଏକ ମାମଲା ରୁଜୁ କରାଯାଇଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଗୋ ଚାଲାଣ ସନ୍ଦେହରେ କଙ୍ଗାରୁ କୋର୍ଟ ମାମଲାରେ ନଅ ଅଟକ,ତଦନ୍ତ ଜାରି 

masiha

ଜାଲ ସାର୍ଟିଫିକେଟ ଚାକିରୀ କରୁଥିବାର ଶିକ୍ଷ୍ୟକଙ୍କ ଖବର ପ୍ରସାରଣ ପରେ ସାମ୍ବାଦିକ ଙ୍କୁ ଧମକ ,ସାମ୍ବାଦିକ ପକ୍ଷରୁ ଜୁନାଗଡ ଥାନା ରେ ଏତଲା

Sunil Chandra Nayak

ବିଦେଶୀ ମଦ ଚାଲାଣ ବେଳେ ପୋଲିସ ଧରିଲା , ୨ କୋର୍ଟଚାଲାଣ , ଗାଡି ଅଟକ

Sunil Chandra Nayak

Leave a Comment

error: Content is protected !!