ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ୟୁ. ଜି. ଏମ୍. ଆଇ. ଟି. ରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କର ୧୭୭ତମ ଜନ୍ମ ଦିବସ ପାଳିତ

ୟୁ. ଜି. ଏମ୍. ଆଇ. ଟି. ରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କର ୧୭୭ତମ ଜନ୍ମ ଦିବସ ପାଳିତ

ରାୟଗଡା, ତା. ୨୮. ୪.୨୦୨୪ // ଆଜି ହେଉଛି ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ ପ୍ରଗତି ପୁରୁଷ କୁଳବୃଦ୍ଧ ଉତ୍କଳ ଗୌରବ ମଧୁସୂଦନ ଦାସ ଙ୍କର ୧୭୭ ତମ ଜନ୍ମ ଦିବସ l ଉକ୍ତ ଶୁଭ ଅବସରରେ ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଶିକ୍ଷାନୁଷ୍ଠାନ, ରାୟଗଡସ୍ଥିତ ମଧୁସୂଦନ ଦାସଙ୍କର ପ୍ରତିମୂର୍ତ୍ତିରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ ପଟେଲ, ଜିଲ୍ଲା ଶିଳ୍ପ କେନ୍ଦ୍ର, ରାୟଗଡର ବରିଷ୍ଠ ପ୍ରଶାସକ ତଥା ପୂର୍ବତନ ଛାତ୍ର ଶ୍ରୀ ସବ୍ୟସାଚୀ ସାହୁ, ଶ୍ରୀ ରାଜେନ୍ଦ୍ର ପ୍ରସାଦ ମହାପାତ୍ର ଏବଂ ଅନୁଷ୍ଠାନରେ ଉପସ୍ଥିତ ଅଧ୍ୟାପକ, ଅଧ୍ୟାପିକା ବୃନ୍ଦ ସମସ୍ତ କର୍ମଚାରୀ ଏବଂ ଛାତ୍ରଛାତ୍ରୀ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l ଏହି ପ୍ରସଙ୍ଗରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ପଟେଲ, ବରିଷ୍ଠ ଅଧ୍ୟାପକ ଶ୍ରୀ ଅରବିନ୍ଦ ପ୍ରଧାନ, ଅଧ୍ୟାପକ ଶ୍ରୀ ପ୍ରଦୀପ କୁମାର ତ୍ରିପାଠୀ, ଶ୍ରୀ ମାନସ ରଞ୍ଜନ ପ୍ରଧାନ, ଶ୍ରୀ ସତ୍ୟ ନାରାୟଣ ପାଣିଗ୍ରାହୀ, ପୂର୍ବତନ ଛାତ୍ର ଶ୍ରୀ ସାହୁ ଏବଂ କତିପୟ ଅଧ୍ୟାପକ ସ୍ବର୍ଗତ ମଧୁସୂଦନ ଦାସଙ୍କର ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ନିମିତ୍ତ ମହାନ ତ୍ୟାଗ ଓ଼ ବଳିଦାନର ବଳିଷ୍ଠ କାହାଣୀ ସମ୍ବଦ୍ଧରେ ସ୍ମୃତି ଚାରଣ କରିଥିଲେ l

ଗୌରୀ ଶଙ୍କର ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ଏନ ସି ସି ଦିବସ ପାଳନ 

masiha

ଶାନ୍ତିବନ ମିଳିତ ଗିରିଗୋବର୍ଦ୍ଧନ ପୂଜା କମିଟି ଗଠନ

Sunil Chandra Nayak

ଶ୍ରୀ ଅରବିନ୍ଦଙ୍କ ସାବିତ୍ରୀ ମହାକାବ୍ୟ ମାନବ ଜାତିର ଅତୀତ , ବର୍ତ୍ତମାନ ଓ ଭବିଷ୍ୟତର ବାର୍ତ୍ତା ବହନ କରେ ମାତୃଶକ୍ତି ଓ ଶ୍ରୀ ଅରବିନ୍ଦ ମହିଳା ପାଠଚକ୍ରର ୫୩ତମ ବାର୍ଷିକ ଉତ୍ସବ ପାଳନ

masiha

Leave a Comment

error: Content is protected !!