ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନ ର ଷଷ୍ଠ ଦିନ : ବିରାଟ ପଟୁଆରରେ ଆସି ନାମଙ୍କନ ଦାଖଲ କାଲେ ଉପବାଚସ୍ପତି ସାଲୁଗା ପ୍ରଧାନ 

ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନ ର ଷଷ୍ଠ ଦିନ : ବିରାଟ ପଟୁଆରରେ ଆସି ନାମଙ୍କନ ଦାଖଲ କାଲେ ଉପବାଚସ୍ପତି ସାଲୁଗା ପ୍ରଧାନ 

କନ୍ଧମାଳ :ତା,୦୧/୦୫:(ମନିସ): ସାଧାରଣ ନିର୍ବାଚନ ର ଦ୍ଵିତୀୟ ପର୍ଯ୍ୟାୟ ନାମାଙ୍କନ ର ଷଷ୍ଠ ଦିନ ରେ ଜି ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ଉପବାଚସ୍ପତି ସାଲୁଗା ପ୍ରଧାନ ନିଜର ହଜାର ହଜାର ସମର୍ଥକଙ୍କୁ ନେଇ ବିରାଟ ପଟୁଆରରେ ନିଜର ଶକ୍ତି ପ୍ରଦର୍ଶନ କରିବା ସହ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସ୍ଥାନୀୟ ହନୁମାନ ମନ୍ଦିର ନିକଟ ବଗିଚାରୁ ପାରମ୍ପରିକ ବାଦ୍ୟ ,ନୃତ୍ୟ ଓ ସଙ୍ଗୀତରେ ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀର ଜି.ଉଦୟଗିରି ,ରାଇକିଆ ,ଦାରିଙ୍ଗବାଡି ଓ ଟିକାବାଲି ବ୍ଲକ ର ହଜାର ହଜାର ସମର୍ଥକଙ୍କୁ ନେଇ ଏକ ସମଗ୍ର ସହର ପରିକ୍ରମା କରି ସ୍ଥାନୀୟ ଆଇଟିଡିଏ କାର୍ଯ୍ୟାଳୟ ରେ ପହଞ୍ଚି ରିଟର୍ଣ୍ଣି ଅଫିସର ତଥା ଅତିରିକ୍ତ ଜିଲ୍ଲାପାଳ ଅଶୋକ କୁମାର ଭୋଇ ଙ୍କ ନିକଟରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ପ୍ରାର୍ଥୀପତ୍ର ଦାଖଲ ସମୟରେ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ,ସଂଯୋଜକ କ୍ଲେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ତାଙ୍କ ଉପରେ ଭରସା କରି ଚତୁର୍ଥ ଥର ପାଇଁ ଟିକଟ ଦେଇଥିବାରୁ ତାଙ୍କ ଉପରେ ହଜାର ହଜାର ଲୋକଙ୍କ ଆଶା ଭରସା ରହିଛି, ଏଣୁ ଲୋକଙ୍କ ଆଶୀର୍ବାଦ ରୁ ମୁଁ ବିଜୟୀ ହେବା ସହ ୬ ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବେ ଓ ୫-ଟି ନବୀନ ଗ୍ୟାରେଣ୍ଟି ଲୋକଙ୍କ ଆଶା ଭରସା କୁ ପୂରଣ କରିବି ବୋଲି କହିଛନ୍ତି ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ

Related posts

ରାଷ୍ଟ୍ରପତିଙ୍କ ଭାଷଣ ସମୟରେ ବିଦ୍ୟୁତ୍ ବିଭ୍ରାଟ କୁ ନେଇ ବିଜେପିର ହଡତାଳ

ପାଠ୍ୟ ପୁସ୍ତକରେ ସାଙ୍ଘାତିକ ତ୍ରୁଟି ପ୍ରସଙ୍ଗ ବଲାଙ୍ଗିରରେ ଶିକ୍ଷା ବଞ୍ଚାଅ ଆନ୍ଦୋଳନରେ ବିଜେଡିର ରଣ ହୁଙ୍କାର

Sunil Chandra Nayak

କୋକସରା ବ୍ଲକ କଂଗ୍ରେସ ପକ୍ଷରୁ ଘରେ ଘରେ କଂଗ୍ରେସ କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

Leave a Comment

error: Content is protected !!