ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ବିଜେଡି ପ୍ରାର୍ଥୀ ଲମ୍ବୋଦର ଓ ପୁଷ୍ପେନ୍ଦ୍ରଙ୍କ ପାଇଁ ପ୍ରଚାର କଲେ ରାଜ୍ୟ ସଭା ସାଂସଦ ମୁନ୍ନା ଖାଁ

ବିଜେଡି ପ୍ରାର୍ଥୀ ଲମ୍ବୋଦର ଓ ପୁଷ୍ପେନ୍ଦ୍ରଙ୍କ ପାଇଁ ପ୍ରଚାର କଲେ ରାଜ୍ୟ ସଭା ସାଂସଦ ମୁନ୍ନା ଖାଁ

କୋକସରା,୧୦/୫ // ନିର୍ବାଚନ ପାଇଁ ବିଗୁଲ ବାଜି ସାରିଥିବା ହାତ ଗଣତି ସମୟ ରହିଥିବା ବେଳେ ପ୍ରଚାର ପାଇଁ ଦିନରାତି ଏକ କରି ଦେଇଛନ୍ତି ପ୍ରାର୍ଥୀ ଓ ସମର୍ଥକ । ଗୁରୁବାର ଧର୍ମଗଡ ନିର୍ବାଚନ ମଣ୍ଡଳୀ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ମାଝୀଗୁଡା ଓ ଲଡୁଗାଁ ପଞ୍ଚାୟତରେ ବିଜେଡି ପକ୍ଷରୁ ମାରାଥନ ପ୍ରଚାର କରାଯାଇଛି। ଏହି ପ୍ରଚାରରେ ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲ ଓ ବିଧାୟକ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ସହ ନବରଙ୍ଗପୁର ରାଜ୍ୟସଭା ସାଂସଦ ମୁନ୍ନା ଖାଁ, ଧର୍ମଗଡ ବିଧାୟକ ମୋୖଷଧି ବାଗ, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ, ଜିଲ୍ଲା ପରିଷଦ ସଭ୍ୟ ତ୍ରିନାଥ ବାଗ, ବ୍ଲକ ସଭାପତି ସୁଶାନ୍ତ କୁମାର ବେହେରା, ଧର୍ମଗଡ ନିର୍ବାଚନ ମଣ୍ଡଳୀ ସଭାପତି ମାନସ ରଞ୍ଜନ ବାଗ, ରାଜ୍ୟ ଓମଫେଡ଼ର ରାଜ୍ୟ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ, ବ୍ଲକ ସମ୍ପାଦକ ପଞ୍ଚକ ପୋଢ଼, ଦୁର୍ଗା ନାଏକ, ନାରିନେତ୍ରୀ ଅଶୋକା ନାଏକ ସମେତ ଅନ୍ୟ ମହିଳା ନେତ୍ରୀ ଓ ଦଲୀୟ ଶତାଧିକ କର୍ମକର୍ତ୍ତା ପ୍ରଚାରରେ ସାମିଲ ହୋଇ ବିଧାୟକ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓ ଓ ସାଂସଦ ପ୍ରାର୍ଥୀ ଲମ୍ବୋଦର ନିଆଲଙ୍କ ପାଇଁ ଭୋଟ୍ ଭିକ୍ଷା କରିଛନ୍ତି। ମାଝୀଗୁଡା ଓ ଲଡୁଗାଁରେ ରୋଡ଼ ଶୋରେ ହଜାର ହଜାର ଜନ ସାଧାରଣଙ୍କ ଜନ ସମର୍ଥନରେ ବିଧାୟକ ପ୍ରାର୍ଥୀ ଭୋଟ ଭିକ୍ଷା କରିବା ସହ ରାଜ୍ୟ ସରକାରଙ୍କ ଧର୍ମଗଡ ନିର୍ବାଚନ ମଣ୍ଡଳୀରେ ବିକାଶ ମୂଳକ କାର୍ଯ୍ୟକ୍ରମର ଚିଠା ଜନ ସାଧାରଣଙ୍କୁ ବୁଝାଇବା ସହ ଆଗାମୀ ଦିନରେ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରି ପୁଣିଥରେ ବିଜେଡି ସରକାର ଓ ଦଲୀୟ ପ୍ରାର୍ଥୀଙ୍କୁ ନିର୍ବାଚିତ କରିବା ପାଇଁ ଅନୁରୋଧ କରିଛନ୍ତି।

ମସିହା ନିୟୁଜ୍ ସର୍ଭିସ୍ 

Related posts

ପିଣ୍ଟୁ ଦାସଙ୍କ ମାଠିଆ ଚିହ୍ନର ମାରାଥନ ପ୍ରଚାର

masiha

ଅଂଚଳଗୁମା ମଣ୍ଡଳ ବିଜେପି ର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

Sunil Chandra Nayak

ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ ଓ ବନ୍ଧୁ ମିଳନ ଉତ୍ସବ ପାଳିତ

Sunil Chandra Nayak

Leave a Comment

error: Content is protected !!