ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାୟଗଡାରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକଅଦାଲତ ରେ ୫୫୧୯ ଟି ମାମଲା ଫଇସଲା ହୋଇ ଜୋରିମାନା ବାବଦକୁ ୭୦,୭୯,୩୨୫ ଟଙ୍କା ଆଦାୟ ହୋଇଛି

ରାୟଗଡାରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକଅଦାଲତ ରେ ୫୫୧୯ ଟି ମାମଲା ଫଇସଲା ହୋଇ ଜୋରିମାନା ବାବଦକୁ ୭୦,୭୯,୩୨୫ ଟଙ୍କା ଆଦାୟ ହୋଇଛି

ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ତତ୍ତ୍ବାବଧାନରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ଦ୍ୱିତୀୟ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି l ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ମୂଖ୍ୟ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର, ପଦ୍ମପୁର ଓ ମୁନିଗୁଡା ଅଦାଲତ ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୮୬ ଟି ମାମଲାର ଫଇସଲା ହୋଇ ଜୋରିମାନା ବାବଦକୁ ଟ. ୩୪,୪୫,୫୮୫ (ଚଉତିରିଶ ଲକ୍ଷ ପଇଚାଳିସ ହଜାର ପାଞ୍ଛ ସହ ପଞ୍ଚାଅଶି) ଟଙ୍କା, ରାଜସ୍ବ ସମ୍ବନ୍ଧିତ ୫୩୧୯ ଟି ମାମଲା ଫଇସଲା ଜୋରିମାନା ବାବଦକୁ ଟ. ୩,୨୫,୨୨୫(ତିନି ଲକ୍ଷ ପଚିଶ ହଜାର ଦୁଇଶହ ପଚିଶ) ଟଙ୍କା, ଲେବର ସମ୍ବନ୍ଧିତ ୭ ଟି ମାମଲା ଫଇସଲା ହୋଇ ଜୋରିମାନା ବାବଦକୁ ଟ. ୩୧,୨୭,୫୧୫(ଏକ ତିରିଶ ଲକ୍ଷ ସତେଇଶି ହଜାର ପାଞ୍ଚଶହ ପନ୍ଦର) ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୭ ଟି ମାମଲାର ଫଇସଲା ହୋଇ ଜୋରିମାନା ବାବଦକୁ ଟ.୧,୮୧,୦୦୦(ଏକ ଲକ୍ଷ ଏକାଅଶୀ ହଜାର) ଟଙ୍କା ଆଦାୟ ହୋଇଛି l ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ସତ୍ୟନାରାୟଣ ଷଡଙ୍ଗୀ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସମ୍ପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ I ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ଏସ.ଏ.କେ ଜାହିରା ଅହମଦ, ଅତିରିକ୍ତ ଜିଲ୍ଲା ଦୌରା ଜଜ୍ ଶ୍ରୀମତି ରୀନା ଚୌଧୁରୀ, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ଶୋନଲ ସର୍ମା, ରେଜିଷ୍ଟ୍ରାର ସୋମ୍ୟରୂପ ସାହୁ, ସବ୍ ଜଜ୍ ଶ୍ରୀ ଦେବିଜ୍ୟୋତି ମହାପାତ୍ର, ଉପଖଣ୍ଡୀୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ଶ୍ରୀମତି ବର୍ଷା ଦାସ, ନ୍ୟାୟଧିକାରୀ ଶ୍ରୀ ଚନ୍ଦନ କୁମାର ଦେହୁରୀ, ଦିତୀୟ ଶ୍ରେଣୀ ବିଚାରବିଭାଗୀୟ ଅଧିକାରୀ ଶ୍ରୀ ରିଚିମିଲନ ପାତ୍ର, ରାୟଗଡା ବାର ଆସୋସିଏସନର ସଭାପତି ଓ ସଚିବ ସହିତ ଅନ୍ୟ ଆଇନଜୀବି ପ୍ରମୁଖ ଯୋଗଦେଇଥିଲେ l ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେl

ଗୌରୀ ଶଙ୍କର ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ସରକାରୀ ରାଖାସାହି ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ଇକୋ କ୍ଳବ୍ ର ବାର୍ଷିକୋତ୍ସବ

masiha

ବିବେକାନନ୍ଦ ହାଇସ୍କୁଲରେ ଇଣ୍ଟରାକ୍ଟ କ୍ଲବ୍ ର ସ୍ଥାପନା ସହ ଗୁରୁଦିବସ ପାଳନ

Sunil Chandra Nayak

ଜିଲ୍ଲା ସ୍ତରୀୟ ନିପୁଣ ଓଡିଶା ମେଳା ପାଳିତ 

masiha

Leave a Comment

error: Content is protected !!