ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦ୍ବାଦଶ କଳାରେ ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟର ସୋହାନୀ ଚଲାନ କଳାହାଣ୍ଡି ଟପ୍ପର

ଦ୍ବାଦଶ କଳାରେ ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟର ସୋହାନୀ ଚଲାନ କଳାହାଣ୍ଡି ଟପ୍ପର

ଭବାନୀ ପାଟଣା : ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶା ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଭବାନୀପାଟଣା ସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟର ଛାତ୍ରୀ ସୋହାନୀ ଚଲାନ ୯୦.୧୬ ପ୍ରତିଶତ (୫୪୧ ନମ୍ବର) ସହ କଳାହାଣ୍ଡି ଜିଲ୍ଲାରେ ଶ୍ରେଷ୍ଠ ସ୍ଥାନ ଅଧିକାର କରି ଜିଲ୍ଲା ତଥା ମହାବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଏହି ମହାବିଦ୍ୟାଳୟର କଳା ବିଭାଗରେ ୧୯୯ ଜଣ ପରୀକ୍ଷା ଦେଇଥିବା ବେଳେ ୧୭୪ ଜଣ ଛାତ୍ରୀ କୃତିତ୍ୱ ହାସଲ କରିଛନ୍ତି। ସେଥି ମଧ୍ୟରୁ ୪୮ ଜଣ ଛାତ୍ରୀ ପ୍ରଥମ, ୩୯ ଜଣ ଦ୍ୱିତୀୟ ଓ ୮୭ ଜଣ ଶ୍ରେଣୀରେ ଉର୍ତ୍ତୀର୍ଣ୍ଣ ହୋଇଛନ୍ତି। ଉକ୍ତ ମହାବିଦ୍ୟାଳୟର ପାସ୍ ହାର ୮୭ ପ୍ରତିଶତ ହୋଇଥିବାରୁ ମହାବିଦ୍ୟାଳର ଅଧ୍ୟକ୍ଷ ଡ. ତ୍ରିଲୋଚନ ଜେନା ଓ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଶୁଭେଚ୍ଛା ଜଣାଇଛନ୍ତି।

ବିଷ୍ଣୁ ଚରଣ ସ୍ୱାଇଁ ଙ୍କ ରିପୋର୍ଟ୍ 

Related posts

ପ୍ରକାଶ ପାଇଲା କ୍ଷୁଦ୍ରଗଳ୍ପ ପ୍ରତିଯୋଗିତାର ଫଳାଫଳ, ପ୍ରଥମ ସ୍ଥାନରେ କେନ୍ଦ୍ରାପଡା

masiha

Proud of Cuttack Sadar Rabindranath pati passed away.

Sunil Chandra Nayak

ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କୁ ବିଧାୟକ ଦୁର୍ଗାଚରଣ ତନ୍ତୀଙ୍କ ଦ୍ୱାରା କାର୍ଡ ବଣ୍ଟନ

Sunil Chandra Nayak

Leave a Comment

error: Content is protected !!