ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ବାଲିଗୁଡା ଓ ଜି. ଉଦୟଗିରି ବିଧାନସଭା : ଆଉ ଦିନକ ପରେ ଗଣତି, ବଢୁଛି ହୃଦସ୍ପନ୍ଦନ 

ବାଲିଗୁଡା ଓ ଜି. ଉଦୟଗିରି ବିଧାନସଭା : ଆଉ ଦିନକ ପରେ ଗଣତି, ବଢୁଛି ହୃଦସ୍ପନ୍ଦନ 

କନ୍ଧମାଳ:ତା,୦୨/୦୫:(ମନିସ): ରାଜ୍ୟ ସମେତ ସାରା ଦେଶରେ ଏଥର ସାଧାରଣ ନିର୍ବାଚନ ସକାଶେ ଭୋଗ୍ରହଣ ସରିଛି। ଆଉ ଦିନକ ବିରତି ପରେ ମଙ୍ଗଳବାର ଗଣତି ତାରିଖ। ଆଉ ଏ ନେଇ ସମସ୍ତଙ୍କ ମନରେ ଉତ୍କଣ୍ଠା ବଢି ଚାଲିଛି। ଭୋଟ୍ ଦେଇଥୁବା ମତଦାତା ବେଶ୍ ନିରବତା ଅବଲମ୍ବନ କରୁଥିବା ବେଳେ ଗଣତି ତାରିଖ ଯେତିକି ପାଖେଇ ଆସୁଛି ନେତା ଓ କର୍ମୀମାନଙ୍କ ମଧ୍ୟରେ ବଢି ଚାଲିଛି ହୃତ୍‌ତ୍ଵନ୍ଦନ । ଚଳିତ ନିର୍ବାଚନକୁ ରାଜ୍ୟରେ ପୂର୍ବାପେକ୍ଷା ଭିନ୍ନ ଧରଣର ଗଣା ହେଉଛି । ବିଜେପି ଓ ବିଜେଡି ମେଣ୍ଟ ଆଲୋଚନାର ବ୍ୟତିକ୍ରମ ସ୍ବରୂପ ପରସ୍ପର ବିରୁଦ୍ଧରେ ନିର୍ବାଚନ ରଣାଙ୍ଗନରେ କେବଳ ଯେ ଅବତୀର୍ଣ୍ଣ ହୋଇନଥିଲେ ବରଂ ପରସ୍ପରକୁ କଟୁ ସମାଲୋଚନା କରି ତୀବ୍ର ପ୍ରତିଦ୍ୱନ୍ଦିତା କରିଛନ୍ତି। ତୃଣମୂଳସ୍ତରରୁ ଆରମ୍ଭ କରି ଉଚ୍ଚସ୍ତର ପର୍ଯ୍ୟନ୍ତ ଏହି ଆମନାସାମନା ଲଢେଇର ଦୃଶ୍ୟ ଦେଖିବାକୁ ମିଳିଥିଲା। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି ବନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗ୍ୟାରେଣ୍ଟି ମଧ୍ୟରେ କଡା ଟକ୍ଟର ଦେଖିବାକୁ ମିଳିଥିଲା। ବିଜେପି- ବିଜେଡି ଟକ୍ଟର ମଧ୍ୟରେ ଚଳିତ ଥର କଂଗ୍ରେସ ମଧ୍ୟ ବାଦ ପଡ଼ିନାହିଁ । ତଥାପି ଦଳର ତୁଙ୍ଗ ନେତା ରାହୁଲ ଗାନ୍ଧୀ ରାଜ୍ୟରେ ପ୍ରଚାର କରି ପାର୍ଟି ପାଇଁ ଜନସମର୍ଥନ ହାସଲ କରିବାକୁ ଚେଷ୍ଟା କରିଥିଲେ। ଏହାରି ମଧ୍ୟରେ କନ୍ଧମାଳ ଲୋକସଭା ଅନ୍ତର୍ଗତ ୨ଟି ପ୍ରମୁଖ ବିଧାନସଭା ବାଲିଗୁଡା ଓ ଜି. ଉଦୟଗିରି ନିର୍ବାଚନର ଫଳାଫଳକୁ ନେଇ ନେତା ଓ କର୍ମୀଙ୍କ ମଧ୍ୟରେ ଚର୍ଚ୍ଚା ଓ ଆଲୋଚନା ଜୋର୍ ଧରିଛି। କେଉଁ ନେତା କେତେ ପରିମାଣରେ ନିର୍ବାଚନ ପରିଚାଳନା ରେ ସଫଳ ହୋଇଛନ୍ତି ସେହି ଅନୁସାରେ ସେମାନେ ଫଳାଫଳ ପାଇବେ ଏଥିରେ ସନ୍ଦେହ ନାହିଁ। ଆଉ ଏପଟେ ଗଣତି ପୂର୍ବରୁ ସଟ୍ଟା ବଜାରରେ ବାଜି ଲାଗିଲାଣି। କାହାର ପଲା କେତେ ଅଧିକ, ତାକୁ ନେଇ ମଧ୍ୟ ଅନେକ ଆକଳନ କରାଯାଉଛି। ପ୍ରତ୍ୟେକ ଦଳ ନିଜର ପ୍ରାର୍ଥୀଙ୍କ ବିଜୟ ସୁନିଶ୍ଚିତ ବୋଲି ଦାବି କରୁଛନ୍ତି। ଏହାକୁ ନେଇ ରାସ୍ତାଘାଟରୁ ଆରମ୍ଭ କରି ଚାହା ଦୋକାନ, ପାନ ଦୋକାନରେ ବେଶ୍ ଖଟି ଜମୁଛି। ଏପଟେ କାଳେ ଆଇନଶୃଙ୍ଖଳା ପରିସ୍ଥିତି ଉପୁଜିବ ସେହି ଆଶଙ୍କାରେ ପୁଲିସ ପକ୍ଷରୁ କଡା କଡ଼ି ପାଟ୍ରୋଲିଂ, କରାଯାଉଛି । ତେବେ ଇଭିଏମ୍‌ରେ ସିଲ୍ ହୋଇ ରହିଛି ନେତାଙ୍କ ଭାଗ୍ୟ। ୪ ତାରିଖରେ ଖୋଲିବ କାଉଁରୀ ପେଢି। କିଏ କାହା ଉପରେ ଭାରୀ ପଡିବ ତାକୁ ନେଇ ଏବେ ଆକଳନ ଜୋର୍ ଧରିଛି। ତେବେ ନୀରବ ଭୋଟରଙ୍କ ମୁଡ୍‌କୁ ପରଖିବା ନେତାମାନଙ୍କ ପାଇଁ କାଠିକର ହୋଇପଡ଼ୁଛି। ତେବେ ସବୁକିଛି ଇଭିଏମ୍ ଖୋଲିଲେ ସ୍ପଷ୍ଟ ହେବ। ଆଉ ତାପୂର୍ବରୁ ରାଜନୀତିରେ ରୁଚି ରଖୁଥ‌ିବା ସମସ୍ତ ବ୍ୟକ୍ତିବିଶେଷଙ୍କ ସମେତ ନେତା ଓ ସାଧାରଣ କର୍ମୀଙ୍କ ମନରେ ଉତ୍କଣ୍ଠା ମଧ୍ୟ ବଢ଼ି ଚାଲିଛି।

କନ୍ଧମାଳ ରୁ ସଞ୍ଜୟ କୁମାର ପାଣିଗ୍ରାହି ଙ୍କ ରିପୋର୍ଟ୍ 

Related posts

ବିଜେପି ର ଧର୍ମଗଡ଼ ବିଧାନସଭା ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

Sunil Chandra Nayak

ଦିଗପହଣ୍ଡି ବିଧାନସଭା ପାଇଁ କଂଗ୍ରେସ ର ପ୍ରାର୍ଥୀ ସାକା ସୁଜିତ ଙ୍କ ନାମାଙ୍କନ ପତ୍ର ଦାଖଲ 

masiha

ବିକଶିତ ଭାରତ, ବିକଶିତ ଓଡ଼ିଶାର ସଂକଳ୍ପ ସଭା

masiha

Leave a Comment

error: Content is protected !!